ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ବଣାଇ,୦୩/୦୩/୨୬(ଡମ୍ବରୁ ପ୍ରଧାନ) ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡା ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ୍ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୭୬ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୧ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ଦୁଇ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ସୂରଜ କୁମାର ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।
